କରୋନା କଟକଣା ସାମାନ୍ୟ କୋହଳ : ବାତ୍ୟା ୟାସ୍ ଲାଗି ଅପରାହ୍ନ ୧ ଯାଏଁ ଆଜି ଓ ଆସନ୍ତାକାଲି ଦୋକାନ ଖୋଲା ରହିବ

ବାତ୍ୟା ୟାସ୍ ଲାଗି ସର୍ବସାଧାରଣଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କରୋନା କଟକଣାକୁ ଦୁଇଦିନ ସମାନ୍ୟ କୋହଳ କରାଯାଇଛି । ଆଜି ଓ ଆସନ୍ତାକାଲି ସକାଳ ୭ଟାରୁ ଅପରାହ୍ନ ୧ଟା ଯାଏଁ ଦୋକାନ ଖୋଲା ରହିବ ବୋଲି ଏସଆରସିଙ୍କ କାର୍ଯ୍ୟାଳୟରୁ ନିର୍ଦ୍ଦେଶନାମା ଜାରି ହୋଇଛି ।

ବାତ୍ୟା ୟାସ୍ ବାଲେଶ୍ବରରେ ପ୍ରବଳ ପ୍ରଭାବ ଦେଖାଇବ , ଜିଲ୍ଲା ପ୍ରଶାସନ ପକ୍ଷରୁ ପାନୀୟ ଜଳ ଗଚ୍ଛିତ ରଖିବାକୁ ଅନୁରୋଧ

ୟାସ ବାତ୍ୟାରେ ପରିଣତ ହୋଇସାରିଛି ଖୁବ୍ ଶୀଘ୍ର ଅତି ଭୀଷଣ ରୂପ ଧାରଣ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୨୬ ତାରିଖରେ ମଧ୍ୟାହ୍ନରେ ଏହା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ।

ବାତ୍ୟା ‘ୟାସ୍’ ପାରାଦୀପ ଏବଂ ସାଗର ଦ୍ୱିପ ମଧ୍ୟରେ ଅତିକ୍ରମ କରିବ:ଅତି ଭୟଙ୍କର ରୁପ ନେଇ ଉପକୁଳ ଅତିକ୍ରମ କରିବ ବୋଲି ଭାରତୟୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି –

ପୁର୍ବ କେନ୍ଦ୍ରିୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି । ତେବେ ଏହା ଆହୁିରୀ ତିବ୍ର ହୋଇ ୨୬ ତାରିଖରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଅତି ଭୟଙ୍କର ରୁପ ନେଇ ଉପକୁଳ ଅତିକ୍ରମ କରିବ ବୋଲି ଭାରତୟୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ରାଜଧାନୀର ପୋଖରୀପୁଟ ଭୟଙ୍କର ଅଗ୍ନିକାଣ୍ଡରେ ୮ ଦୋକାନ ଜଳିଗଲା –

ରାଜଧାନୀରେ ଭୟଙ୍କର ଅଗ୍ନିକାଣ୍ଡ । ନିଆଁ ଲାଗି ଜଳିଗଲା ୮ ଦୋକାନ । ସୂଚନା ଅନୁସାରେ ରାଜଧାନୀ ଉପକଣ୍ଠ ପୋଖରୀପୁଟ ଅଞ୍ଚଳ ମଧୂସୁଦନ ପାର୍କ ନିକଟରେ ଘଟିଛି ଏହି ଭୟଙ୍କର ଅଗ୍ନିକାଣ୍ଡ ।

ହାଇଦ୍ରାବାଦ ଗଲେ ପୂର୍ବତନ କଂଗ୍ରେସ ସଭାପତି ଜୟଦେବ ଜେନାଙ୍କ ପୁଅ: ଇସିଏମଓ ଚିକିତ୍ସା ପାଇଁ

କରୋନାରେ ସଂକ୍ରମିତ ହୋଇ ଗୁରୁତର ହେବାରୁ କଂଗ୍ରେସର ପୂର୍ବତନ ସଭାପତି ଜୟଦେବ ଜେନାଙ୍କ ପୁଅ ସଂଗ୍ରାମ ଜେନାଙ୍କୁ ଚିକିତ୍ସା ପାଇଁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି ।

ଓଡ଼ିଶାର ୪ ଜିଲ୍ଲା ବାତ୍ୟା ‘ୟଶ୍‌’ ରେ ପ୍ରଭାବିତ ବେଶୀ ହେବ: ଘଣ୍ଟା ପ୍ରତି ୧୧୦ କିମି ପବନର ବେଗ ଛୁଇଁବ

ଓଡ଼ିଶାର ୪ ଜିଲ୍ଲାରେ ଏହି ବାତ୍ୟାର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ବାଲେଶ୍ୱର, ଭଦ୍ରକ୍‌, ଯାଯପୁର, କେନ୍ଦ୍ରାପଡା ଓ ମୟୂରଭଞ୍ଜ ଭଳି ଜିଲ୍ଲାରେ ବାତ୍ୟା ଅତିକ୍ରମ କରିବା ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଘଡଘଡି ସହିତ ସର୍ବାଧିକ ପବନର ବେଗ ୧୧୦ ଛୁଇଁବ ବୋଲି ଆକଳନ କରାଯାଇଛି ।

ପାଉଡ଼ି ଭୂୟାଁ ଜନଜାତି ରହୁଥିବା ଅଞ୍ଚଳରେ କୋଭିଡ୍ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଶାସନର ପଦକ୍ଷେପ

ନ୍ଦରଗଡ଼ ଜିଲ୍ଲାର ବଣାଇଁ ଉପଖଣ୍ଡ ଅଞ୍ଚଳରେ ବସବାସ କରୁଥିବା ପାଉଡ଼ି ଭୂୟାଁ ସଂପ୍ରଦାୟ ଲୋକଙ୍କ ଭିତରେ କରୋନା ସଂକ୍ରମଣ ଚେନ୍ ଭାଙ୍ଗିବା ଲାଗି ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଉଛି। ସଂପୃକ୍ତ ଅଞ୍ଚଳରେ ଟେଷ୍ଟିଂ, ଆଇସୋଲେସନ ଏବଂ ଚିକିତ୍ସା ଉପରେ ଗୁରୁତ୍ୱ ଦିଆଯାଉଛି।

ଶିଶୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ହେବ କୋଭିଡ ହସ୍ପିଟାଲରେ : କରୋନା ତୃତୀୟ ଲହର ଶିଶୁଙ୍କ ପାଇଁ ସଂକ୍ରାମକ-

ଦେଶର ବିଭିନ୍ନ ସ୍ଥାନରେ ଶିଶୁଙ୍କ ବୟସ ବର୍ଗରେ କୋଭିଡ ସଂକ୍ରମଣ ମାମଲାରେ ବୃଦ୍ଧି ଘଟିଥିବାର ଖବର ସାମ୍ନାକୁ ଆସିବା ପରେ ରାଜ୍ୟସରକାର ଶିଶୁମାନଙ୍କ ପାଇଁ ସ୍ବତନ୍ତ୍ର ୱିଙ୍ଗସ ଉପରେ ଗୁରୁତ୍ବ ଦେଇଛନ୍ତି । କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର ଓ କୋଭିଡ ହସ୍ପିଟାଲରେ ଏକ ନିର୍ଦ୍ଦିଷ୍ଟ ‘ପେଡିଆଟ୍ରିକ କୋଭିଡ ୱିଙ୍ଗ’ ସୃଷ୍ଟି କରିବାକୁ ନିଷ୍ପତ୍ତି ହୋଇଛି ।

ସଂକ୍ରମଣ ବାତ୍ୟା ଆଶ୍ରୟସ୍ଥଳୀରେ ବଢିପାରେ , କଣ୍ଟାମିନେଶନ୍ ରୋକିବାକୁ ଆଶ୍ରୟସ୍ଥଳୀକୁ ଆଣିବା ପୂର୍ବରୁ ଆଣ୍ଟିଜେନ୍ ପରୀକ୍ଷା ନିର୍ଦ୍ଦେଶ-

ମହାମାରୀ ଭୟ ଭିତରେ ବାତ୍ୟାର ଭୟ । ବିଶେଷ ଭାବରେ ଉପକୂଳବର୍ତ୍ତୀ ଜିଲ୍ଲା ବାସୀଙ୍କ ପାଇଁ ଏହି ସ୍ଥିତି ଅତି ଜଟିଳ । ବାତ୍ୟା ସମୟରେ ହଜାର ହଜାର ସମୁଦ୍ର କୂଳିଆ ଲୋକେ ବାତ୍ୟା ଆଶ୍ରୟସ୍ଥଳୀ ଉପରେ ନିର୍ଭର କରନ୍ତି ନିଜ ଜୀବନ ବଞ୍ଚାଇବା ପାଇଁ କିନ୍ତୁ ବର୍ତମାନ ସମୟରେ ବାତ୍ୟା ଆଶ୍ରୟସ୍ଥଳୀ ରେ ବି ସଂକ୍ରମଣର ଭୟ ରହିଛି ।

1 59 60 61 62 63 121