ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ଲାଗି ପ୍ରସ୍ତାବିତ ବାଇ-ଲ’ , ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

ପ୍ରତ୍ୟାହାର ହେଲା ଶ୍ରୀମନ୍ଦିର ଲାଗି ପ୍ରସ୍ତାବିତ ବାଇ-ଲ’ , ଟ୍ୱିଟ୍ କରି ସୂଚନା ଦେଲେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ

ଜାତୀୟ ସ୍ମାରକୀ ପ୍ରାଧିକରଣ ପକ୍ଷରୁ ପ୍ରସ୍ତାବିତ ବାଇ-ଲ’ ପ୍ରତ୍ୟାହାର କରାଯିବା ନେଇ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ସୂଚନା ଦେଇଛନ୍ତି ।କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ କହିଛନ୍ତି- ପୁରୀ ଶ୍ରୀମନ୍ଦିର ଲାଗି ସମସ୍ତ ନିଷ୍ପତ୍ତି ଓଡ଼ିଆ ଭାଷାରେ ନିଆଯିବ । ଏଥିସହ କୌଣସି ପଦକ୍ଷେପ ନେବା ପୂର୍ବରୁ ଆପୋସ ବୁଝାମଣା ହେବ ବୋଲି କେନ୍ଦ୍ରମନ୍ତ୍ରୀ ପ୍ରହଲ୍ଲାଦ ସିଂହ ପଟେଲ ନିଶ୍ଚିତ କରିଛନ୍ତି ।

ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ କଟକଣା କୋହଳ ହେବା ପରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରିଥିଲେ। ଏହି ଅବସରରେ ଅଧିନିୟମକୁ ନେଇ କେନ୍ଦ୍ରକୁ କଡା ଜବାବ ଦେଇଥିଲେ। ଶ୍ରୀଜଗନ୍ନାଥଙ୍କ କାର୍ଯ୍ୟକୁ କେହି ରୋକି ପାରିବେନି। ପ୍ରସ୍ତାବିତ ବାଇ-ଲକୁ ପ୍ରତ୍ୟାହାର କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କରାଯିବ ବୋଲି କହିଥିଲେ।

ଏହି ବାଇ-ଲକୁ ସ୍ଥଗିତ ରଖିବା ଦାବିରେ ଆଜି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସମସ୍ତ ବିଜେପି ସାଂସଦ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲଙ୍କୁ ଭେଟି ସ୍ମାରକପତ୍ର ପ୍ରଦାନ କରିଥିଲେ। ଲୋକଙ୍କ ଧାର୍ମିକ ଭାବନାକୁ ଗୁରୁତ୍ୱ ଦେଇ ବାଇ-ଲକୁ ଏବେ ସ୍ଥଗିତ ରଖିବାକୁ ସେମାନେ ଦାବି କରିଥିଲେ।

Leave a Reply

Your email address will not be published. Required fields are marked *