
ଏଥର ଖଣ୍ଡଗିରି ଯାତ୍ରା ଆୟୋଜନକୁ ନେଇ ଦ୍ୱନ୍ଦ୍ୱ । ପୂର୍ବସ୍ଥାନରେ ଜାତୀୟ ରାଜପଥ ନିର୍ମାଣ କାର୍ଯ୍ୟ ଚାଲିଛି । ଦୈନିକ 50ହଜାରରୁ ଅଧିକ ଲୋକଙ୍କ ସମାଗମ ହେବା ନେଇ ଆଶଙ୍କା କରାଯାଇଛି । ତେଣୁ ସେହି ସ୍ଥାନରେ କୋଭିଡ କଟକଣା ମଧ୍ୟରେ ଯାତ୍ରା ପାଇଁ ଅନୁମତି ଦେବା ଅସମ୍ଭବ ବୋଲି ବିଏମସି କମିଶନରଙ୍କ ପ୍ରତିକ୍ରିୟା ଦେଇଛନ୍ତି ।
କରୋନାର ସଫଳ ମୁକାବିଲାରେ ରାଜଧାନୀବାସୀଙ୍କ ସହଯୋଗ ମିଳିଛି । କୌଣସି ଭୁଲ ନିଷ୍ପତ୍ତି ପୁଣି ବୁମେରାଙ୍ଗ ହୋଇପାରେ । ଏଣୁ ସବୁ ଦିଗକୁ ଦୃଷ୍ଟିରେ ରଖି ଖଣ୍ଡଗିରି ଯାତ୍ରା ପାଇଁ ନିଷ୍ପତ୍ତି ନିଆଯିବ । ତେବେ 50ପ୍ରତିଶତ ଦର୍ଶକଙ୍କୁ ନେଇ ଯାତ୍ରା କରିବାକୁ ନେଇ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।ଗୋଟିଏ ସ୍ଥାନରେ ନକରି ଦୁଇ ବା ତିନୋଟି ସ୍ଥାନରେ ପୃଥକ ପୃଥକ ଆୟୋଜନ ପାଇଁ ପ୍ରସ୍ତାବ ଦିଆଯାଇଛି । ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହ ଏବାବଦରେ ଆଲୋଚନା କରି ଉଭୟଙ୍କ ପରାମର୍ଶ ନିଆଯାଇଛି । ପୂର୍ବ ସ୍ଥାନରେ ଅନୁମତି ଦେବା ଅସମ୍ଭବ । ତେଣୁ ବିକଳ୍ପ ସ୍ଥାନ ଖୋଜା ଚାଲିଛି । ଆଜି ପୁଣି ଆୟୋଜକଙ୍କ ସହ ଆଲୋଚନା ହେବ ଓ ଚୂଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧରୀ କହିଛନ୍ତି ।

