ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଚିଠା ବଜେଟକୁ ମିଳିପାରେ ଅନୁମୋଦନ

ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଚିଠା ବଜେଟକୁ ମିଳିପାରେ ଅନୁମୋଦନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅପରାହ୍ନ ସାଢ଼େ ୫ଟା ରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ହେବ । ଲୋକସେବା ଭବନରେ ମନ୍ତ୍ରୀ ପରିଷଦ ବୈଠକରେ ୨୦୨୧-୨୨ ଆର୍ଥିକ ବର୍ଷର ରାଜ୍ୟ ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି । ଏ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମଧ୍ୟ ମୋହର ଲାଗିବ । ଆସନ୍ତା ୧୮ରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ । ୨୨ରେ ବଜେଟ୍ ଆଗତ କରିବେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । 

Leave a Reply

Your email address will not be published. Required fields are marked *