ଓଡିଶାରେ ପୁଣି କଡାକଡି ହେବ କୋଭିଡ୍ ନିୟମ ,ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଲା ସ୍ୱାସ୍ଥ୍ୟ ବିଭାଗ

ଓଡିଶାରେ ପୁଣି କଡାକଡି ହେବ କୋଭିଡ୍ ନିୟମ ,ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ଜଣାଇଲା ସ୍ୱାସ୍ଥ୍ୟ ବିଭାଗ

ଆସନ୍ତାକାଲି ମହାରାଷ୍ଟ୍ରର କିଛି ଅଞ୍ଚଳରେ ଲକଡାଉନ୍ ଜାରି କରାଯାଇଛି । ସେଠାରେ କୋଭିଡ୍ ସଂକ୍ରମଣ ବଢୁଥିବା ଦେଖି ପୁଣି ଲକଡାଉନ୍ ଜାରି କରାଯାଇଛି । ଏହାକୁ ଦେଖି ଏବେ ଓଡିଶାରେ ମଧ୍ୟ ନିୟମ କଡାକଡି କରିବାକୁ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଚିଠି ଲେଖି ସବୁ ଜିଲ୍ଲାପାଳ, ମହାନଗର ନିଗମ ଓ ପୋଲିସ ବିଭାଗକୁ ସତର୍କ କରାଇଛନ୍ତି।

ଭିଡ ଜାଗା ଯେପରିକି ମାର୍କେଟ, ଧର୍ମାନୁଷ୍ଠାନରେ ଭିଡ କମାଇବାକୁ କୁହାଯାଇଛି । ସବୁ ଜିଲ୍ଲାରେ କୋଭିଡ୍ ନିୟମ କଡାକଡି ଭାବେ ପାଳନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ତା ସହିତ ନିୟମ ଅନୁସାରେ ଯଥେଷ୍ଟ କରୋନା ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦେବାକୁ ଚିଠିରେ ଉଲ୍ଲେଖ କରାଯାଇଛି । 

Leave a Reply

Your email address will not be published. Required fields are marked *