Jyotisha Vichara

Jyotisha Vichara

ଅଦ୍ୟ ଫେବୃଆରୀ ୨୪ ତାରିଖ ୨୦୨୧ ମସିହା(ବୁଧବାର)

ଶକାବ୍ଦ -୧୯୪୨

ସମ୍ବତ -୨୦୭୭

ସାଲ-୧୪୨୮

ସମ୍ବତ୍ସର -ଆନନ୍ଦୋ

ମାଘମାସ-ଶୁକ୍ଳପକ୍ଷ

ତିଥି- ଦ୍ୱାଦଶୀ ସଂ ଘ ୦୬/୦୫ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ

ନକ୍ଷତ୍ର-ପୁନର୍ବସୁ ଦିବା ଘ ୦୧/୫୦ ପର୍ଯ୍ୟନ୍ତ ତଦନ୍ତେ ପୂଷ୍ୟ

ଚନ୍ଦ୍ର – ମିଥୁନ ଦିବା ଘ ୦୧/୫୦ ପର୍ଯ୍ୟନ୍ତ ତଦନ୍ତେ କର୍କଟ

ଯୋଗା-ସୌଭାଗ୍ୟ

କରଣ-ବାଳବ

ସୌରମାସ-କୁମ୍ଭ ୧୪ ଦିନ

ସୁର୍ୟୋଦୟ -ପ୍ରାତଃ ଘ୦୬/୧୪/୫୦

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୭/୨୯

ଯୋଗିନୀ ନୈଋତେ ସଂ ଘ ୦୬/୦୫ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ

କନ୍ୟା ରାଶି ର ଘାତଚନ୍ଦ୍ର

କର୍କଟ ରାଶି ର ଘାତବାର

ଦ୍ଵାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ୦୯/୦୭ଗତେ ଘ୧୦/୩୫ ମଧ୍ୟେ

ବାରବେଳା – ଦିବା ଘ୧୧/୫୯ଗତେ ଘ୦୧/୨୬ ମଧ୍ୟେ

ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୪୨ ଗତେ ଘ ୦୯/୦୫ ମଧ୍ୟେ ଓ  ଘ୦୨/୫୦ ଗତେ ଘ ୦୪/୧୫ ମଧ୍ୟେ

ବିଶୁଦ୍ଧ ମାହେନ୍ଦ୍ରବେଳା- ଦିବା ଘ୦୭/୪୧ ମଧ୍ୟେ ଓ  ଘ୧୦/୩୫ ଗତେ ଘ ୧୧/୫୫ ମଧ୍ୟେ

ଅଦ୍ୟ ପୋଇ ରାତ୍ରି ଘ ୦୬/୦୫ ପର୍ଯ୍ୟନ୍ତ ତଦନ୍ତେ  ବାଇଗଣ ଭକ୍ଷଣ ନିଷେଧ

꧁ ଆଜିର ରାଶିଫଳ꧂

ମେଷ: ମନରେ ଧାର୍ମିକ ଭାବନା ଉଦୟ ହେବ। ବିନା ସ୍ବାର୍ଥରେ ଅନ୍ୟର ସହାୟତା କରି ଖୁସି ଅନୁଭବ କରିବେ। କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ। ବନ୍ଧୁଙ୍କ ସହିତ ରାତ୍ରି ଭୋଜନ ପାଇଁ ବାହାରକୁ ଯିବେ।

ବୃଷ: ଆପଣଙ୍କ ଆଖପାଖରେ ସୁଖଦ ଓ ମଧୁର ବାତାବରଣ ରହିବ। ଘରେ ପୁଣ୍ୟକାର୍ଯ୍ୟ କରିପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଗତି ଦେଖିବାକୁ ମିଳିବ। ଅଫିସ୍‌ର କୌଣସି କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଆପଣଙ୍କ ମନରେ ବିଭିନ୍ନ ପ୍ରକାର ଚିନ୍ତା ଉତ୍ପନ୍ନ ହେବ। ପ୍ରତ୍ୟେକ କାମ ବିବେକର ସହ କରନ୍ତୁ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରେମ ସମ୍ବନ୍ଧୀୟ କୌଣସି ମନୋକାମନା ପୂରଣ ହେବ।

କର୍କଟ: ଆଜି ଆପଣ କିଛି ଖାସ୍‌ କରିବା ଲାଗି ଦିନଟି ଭଲ ରହିବ। ଅଚାନକ ଧନଲାଭ ହେବ। ସରକାରୀ ଚାକିରିଆଙ୍କୁ ଖୁସି ଖବର ମିଳିବ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। ପରୀକ୍ଷାରେ ସଫଳତା ମିଳିବାର ସମ୍ଭାବନା ରହିଛି।

ସି˚ହ: ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟରେ ମନପ୍ରାଣ ଢାଳି କାମ କରିବେ ଏବ˚ ଯଥେଷ୍ଟ ଲାଭ ପାଇବେ। ଅଫିସରେ କୌଣସି ଖୁସି ଖବର ମିଳିବ।

କନ୍ୟା: ଆଜି ଆପଣ କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରିପାରିବେ। ବିଭିନ୍ନ ପ୍ରକାର ଲୋକଙ୍କ ସହିତ ମିଶିବେ। କୌଣସି ବଡ଼ ନେଣଦେଣ କରିପାରନ୍ତି। ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ।

ତୁଳା: ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି ଅଜଣା ବ୍ୟକ୍ତିଙ୍କ ସହିତ ସ˚ପର୍କ ଗଢ଼ିବେ ଯେଉଁଥିରୁ ଭବିଷ୍ୟତରେ ଲାଭ ମିଳିବ। ଅଫିସରେ ବାତାବରଣ ଅନୁକୂଳ ରହିବ। ଆଇନକାନୁନ ମାମଲା ସହଜରେ ସମାଧାନ ହୋଇଯିବ।

ବିଛା: ସଫଳତା ମିଳିବା ହେତୁ ମହତ୍ତ୍ବାକା˚କ୍ଷାକୁ ବଳ ମିଳିବ। ଧନପ୍ରାପ୍ତିର ପ୍ରବଳ ଯୋଗ ରହିଛି। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ପାଇବେ।

ଧନୁ: ଆପଣ ନିଜକୁ ଖୁବ୍‌ ଆତ୍ମନିର୍ଭରଶୀଳ ଅନୁଭବ କରିବେ। ବ୍ୟବସାୟ ପାଇଁ ନୂଆ ପ୍ରସ୍ତାବ ଓ ଅନୁବନ୍ଧ ପାଇବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସମ୍ମାନ ମିଳିବ। ଅଚାନକ ଧନପ୍ରାପ୍ତି ହେବ।

ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ; ଆପଣଙ୍କୁ ସଫଳତା ମିଳିବ। ସମାଜରେ ଆପଣଙ୍କର ମାନସମ୍ମାନ ବଢ଼ିବ। ମିତ୍ରଙ୍କ ସହିତ ସମ୍ବନ୍ଧ ପୂର୍ବ ଅପେକ୍ଷା ବଢ଼ିଆ ହେବ। ଛାତ୍ରମାନେ ନୂଆ ଗତିବିଧିରେ ସାମିଲ ହୋଇପାରନ୍ତି।

କୁମ୍ଭ: ସାମାଜିକ କାର୍ଯ୍ୟକ୍ରମରେ ଭାଗ ନେବାର ସୁଯୋଗ ପାଇବେ। ପ୍ରତିଷ୍ଠିତ ଲୋକଙ୍କ ସହିତ ସ˚ପର୍କ ସ୍ଥାପନ ହେବ। ଅଫିସରେ ଉଚ୍ଚ ଅଧିକାରୀଙ୍କ ରାୟ ନେଇ କାମ କରନ୍ତୁ; ଭଲ ଫଳାଫଳ ମିଳିବ। ପିଲା ଓ ପରିବାର ସହିତ ହସଖୁସି‌େର ସମୟ କଟିବ।

ମୀନ: ଦିନଟି ଆପଣଙ୍କ ପାଇଁ ଖୁବ୍‌ ଭଲ ରହିବ। କର୍ମକ୍ଷେତ୍ରରେ ବୀରଙ୍କ ଭଳି ରହିବେ। ଆପଣଙ୍କ କାମକୁ ପ୍ରବନ୍ଧକର୍ତ୍ତା ପ୍ରଶ˚ସା କରିବେ। ଯିବାକୁ ଥିବା ଯାତ୍ରା କଲ୍ୟାଣକାରୀ ହେବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ।

Leave a Reply

Your email address will not be published. Required fields are marked *