Jyotisha vichara

Jyotisha vichara

ମାର୍ଚ୍ଚ -୦୧ ତାରିଖ ,ସୋମବାର , କୁମ୍ଭ ୧୮ ଦିନ,

ମାଘମାସ- କୃଷ୍ଣପକ୍ଷ ,

ପ୍ରାତଃ-୦୬.୧୧.୦୦ , ସନ୍ଧ୍ୟା-୦୫.୪୯.୨୯ .

ବୃଷ ରାଶିର ଘାତଚନ୍ଦ୍ର

ମିଥୁନ ରାଶିର ଘାତବାର

ତୃତୀୟାର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ

ବୋଇତି କଖାରୁ ଓ ପୋଟଳ ଭକ୍ଷଣ ନିଷେଧ

ମେଷ- ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସିକ ଯନ୍ତ୍ରଣା ପାଇପାରନ୍ତି । 

ବୃଷ- ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀଙ୍କର ସମ୍ପୁର୍ଣ୍ଣ ସହଯୋଗ ମିଳିବ । ସାଂସାରିକ ଜୀବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୂର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସିରେ କାଟିବେ ।  

ମିଥୁନ- ଏହି ରାଶିର ଲୋକମାନଙ୍କ ପାଇଁ ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।     

କର୍କଟ- ଆଜିର ଦିନଟି ସନ୍ତାନମାନଙ୍କୁ ନେଇ ଗର୍ବ ଅନୁଭବ କରିବେ,ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ ।ମହିଳା ଓ ଛାତ୍ରୀମାନେ କୈାଣସି ଦିଗରୁ ପୁରଷ୍କୃତ ହେବେ ।

ସିଂହ- ଆଜର ଦିନଟି ସାମାଜିକ ସ୍ଥରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତ୍ତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳା ଓ ଛାତ୍ରମାନେ କର୍ମ ନିପୂଣ ହେବେ ।  

କନ୍ୟା- ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣ କରିବାର ଦୁର୍ଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ତୁଳା- ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ, ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧୀୟ ବ୍ୟବସାୟୀମାନେ ଶୁଭଫଳ ଅନୁଭବ କରିବେ ।

ବିଛା- ଆଜର ଦିନଟି ବିଳାସ ବ୍ୟସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରଶାସନିକ ସେବା କ୍ଷେତ୍ରରେ କର୍ମରତମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ- ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାର୍ଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର- ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସିସ୍ଥତା ଦେହ ଓ ମନକୁ ଅବଶ କରିଦେବେ । ଚିନ୍ତା ଯୋଗୁଁ

ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ୍ ହେବ । ଅଯଥା ବ୍ୟୟ ଯୋଗ ରହିଛି ।

କୁମ୍ଭ- ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

ମୀନ- ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Leave a Reply

Your email address will not be published. Required fields are marked *