କମିଶନରେଟ ପୁଲିସ୍ ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା ଜାରି କଲା

କମିଶନରେଟ ପୁଲିସ୍ ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା ଜାରି କଲା

ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ ପୁଲିସ୍ । ମାଉସୀ ମା\’ ପାର୍ଶ୍ୱରୁ ରଥରୋଡ଼କୁ ୪ ଚକିଆ ଯାନ ଛଡ଼ାଯିବ ନାହିଁ। ରବି ଟକିଜ ପଟରୁ ଆସୁଥିବା ସମସ୍ତ ଗାଡ଼ି କଚରାପିଣ୍ଡି ପର୍ଯ୍ୟନ୍ତ ଯିବେ।

ଗ୍ୟାରେଜ ଛକ ଓ ସାମନ୍ତରାପୁର ପଟୁ ଗାଡ଼ି ବିଏମସି ମାର୍କେଟ ପାର୍କିଂକୁ ଯିବ। ସେହିପରି କେଉଟସାହି ପଟର ଗାଡ଼ି ବିଏମସି ମାର୍କେଟ କମ୍ପଲେକ୍ସ ପାର୍କିଂ ସ୍ଥଳ ଯିବେ । ଦକ୍ଷିଣକାଳୀ ଓ ତାରାସୁନ୍ଦରୀ ରାସ୍ତାପଟ ଗାଡ଼ି ବିଏମ ହାଇସ୍କୁଲ ପଡ଼ିଆକୁ ଯିବେ ।

ପୁନାମା ଗେଟ ପଟର ଗାଡ଼ିକୁ ବଢ଼େଇବାଙ୍କ ଆଡକୁ ଛଡ଼ା ଯିବନି । ବିନ୍ଦୁସାଗର ପଟୁ ଭଜନ ମଣ୍ଡପ ଆଡ଼କୁ କୌଣସି ଗାଡ଼ି ଛଡ଼ାଯିବ ନାହିଁ । ମହାଶିବରାତ୍ରି ପାଇଁ ଏଭଳି ବିଭିନ୍ନ ଟ୍ରାଫିକ୍ କଟକଣା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *