
ତାତିରୁ ମିଳିବ ତ୍ରାହି । ଅସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଓଡ଼ିଶାର ଉପକୂଳ ଜିଲ୍ଲା ଗୁଡିକୁ ଏଥିପାଇଁ ଆଲର୍ଟ ମଧ୍ୟ କରାଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ ଟି ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ୱାଣ୍ଣିଂ ଜାରି କରାଯାଇଛି ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଅନୁଗୁଳ ଏବଂ ଢେଙ୍କାନାଳ ଭଳି ୧୧ ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲା ଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
