କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ବିମାନ ସେବା ଏପ୍ରିଲ୍ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ

ଏପ୍ରିଲ ମାସ ଶେଷ ପର୍ଯ୍ୟନ୍ତ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ କଟକଣା ଲଗାଇଛି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ । ଦେଶରେ ବୃଦ୍ଧି ପାଉଛି କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଡିଜିସିଏ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ଏନେଇ ସୂଚନା ଦିଆଯାଇଛି ।

। କିଛି ଦିନ ଧରି କରୋନା ସଂକ୍ରମଣ ୪୦ ହଜାର ଉପରେ ରହୁଥିବାରୁ ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ଜାରି ହୋଇଛି ଏପ୍ରିଲ ମାସର ଗାଇଡଲାଇନ୍ । ନୂଆ ସଂକ୍ରମିତଙ୍କ ସହ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ ରହିଥିଲେ ମଧ୍ୟ ସ୍ବତନ୍ତ୍ର ବିମାନ ଚଳାଚଳକୁ ମଞ୍ଜୁରୀ ମିଳିବ । ଏଥିସହ ପରିବହନ ବିମାନ ଚଳାଚଳରେ କୌଣସି ସମସ୍ୟା ଉପୁଜିବ ନାହିଁ ବୋଲି ଡିଜିସିଏ ପକ୍ଷରୁ କୁହାଯାଇଛି

Leave a Reply

Your email address will not be published. Required fields are marked *