ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ବାଇପାସ୍ ସର୍ଜରୀ ହୋଇଛି । ଦିଲ୍ଲୀ ସ୍ଥିତ ଏମ୍ସ ହସ୍ପିଟାଲରେ ତାଙ୍କର ବାଇପାସ୍ ସର୍ଜରୀ ସଫଳ ହୋଇଛି । ଟ୍ୱିଟ କରି କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସୂଚନା ଦେଇଛନ୍ତି । ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ୍ ସର୍ଜରୀ କରିଛନ୍ତି । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଫଳ ଅସ୍ତ୍ରୋପଚାର ପାଇଁ ଡାକ୍ତର ଟିମକୁ ଶୁଭେଚ୍ଛା ଜଣାଇଛନ୍ତି । ସେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ସ୍ୱାସ୍ଥାବସ୍ଥା ନେଇ ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥା ହୋଇଛନ୍ତି । ଗତ ୨୬ ତାରିଖରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ପରେ ସେ ହଠାତ ଅସୁସ୍ଥ ହୋଇ ପଡ଼ିବାରୁ ତାଙ୍କୁ ପ୍ରଥମେ ଦିଲ୍ଲୀର ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ଅଧିକ ଚିକିତ୍ସା ପାଇଁ ତା ପରଦିନ ରାଷ୍ଟ୍ରପତିଙ୍କୁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ଦୁଇ ଦିନର ନିରୀକ୍ଷଣ ପରେ ବାଇପାସ୍ ସର୍ଜରୀ କରିବା ଲାଗି ଏମ୍ସ ଡାକ୍ତର ପରାମର୍ଶ ଦେଇଥିଲେ।


