ଆଜିର ରାଶିଫଳ

ଆଜିର ରାଶିଫଳ

ଅଦ୍ୟ ଏପ୍ରିଲ ମାସ ୨୫ ତାରିଖ ୨୦୨୧ ମସିହା(ରବିବାର)

ଶକାବ୍ଦ -୧୯୪୩, ସମ୍ବତ -୨୦୭୮, ସାଲ-୧୪୨୮

ସମ୍ବତ୍ସର -ଆନନ୍ଦୋ, ଚୈତ୍ର ମାସ-ଶୁକ୍ଳପକ୍ଷ

ତିଥି-ତ୍ରୟୋଦଶୀ ଦିବା ଘ୦୪/୩୨ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଦ୍ଧଶୀ

ନକ୍ଷତ୍ର- ହସ୍ତା ରାତ୍ରି ଘ ୦୨/୫୦ ପର୍ଯ୍ୟନ୍ତ ତଦନ୍ତେ ଚିତ୍ରା

ଚନ୍ଦ୍ର-କନ୍ୟା, ଯୋଗ- ବ୍ୟାଘାତ, କରଣ-କୌଳବ, ସୌରମାସ- ମେଷ ୧୨ ଦିନ

ସୁର୍ୟୋଦୟ-ପ୍ରାତଃ ଘ୦୫/୨୬/୨୦

ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୪/୪୯

ଯୋଗିନୀ  ଦକ୍ଷିଣେ ଦିବା ଘ୦୪/୩୨ ପର୍ଯ୍ୟନ୍ତ ତଦନ୍ତେ ପଶ୍ଚିମେ

ବୃଷ ରାଶିର ଘାତ ଚନ୍ଦ୍ର, ମେଷ ରାଶିର ଘାତବାର

ତ୍ରୟୋଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ

କାଳବେଳା ଓ ବାରବେଳା- ଦିବା ଘ ୧୦/୧୦ ଗତେ  ଘ୦୧/୨୨ ମଧ୍ୟେ

ବିଶୁଦ୍ଧ ଅମୃତବେଳା- ଦିବା ଘ ୦୬/୨୮ଗତେ ଘ୦୯/୨୩ମଧ୍ୟେ ଓ ରାତ୍ରି ଘ ୦୭/୪୦ ଗତେ ଘ୦୯/୧୫ମଧ୍ୟେ

ବିଶୁଦ୍ଧ ମହେନ୍ଦ୍ର ବେଳ।- ଦିବା ଘ୦୬/୧୩ମଧ୍ୟେ ଓ ରାତ୍ରି ଘ ୦୬/୫୦ ଗତେ ଘ୦୭/୪୦ମଧ୍ୟେ*

ଆଦ୍ୟ ବାଇଗଣ ଦିବା ଘ୦୪/୩୨ ଗତେ ବିରି  ଭକ୍ଷଣ ନିଷେଧ

ଆଜିର ରାଶିଫଳ

ମେଷ-ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।

ବୃଷ–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।

ମିଥୁନ-ଏହି ରାଶିର ଲୋକମାନଙ୍କ ପାଇଁ ଆଜି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।

କର୍କଟ–ଆଜିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।

ସିଂହ– ଆଜିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।

କନ୍ୟା– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।

ତୁଳା–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି  ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।

ବିଛା–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।

ଧନୁ– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ  । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।

ମକର– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।

କୁମ୍ଭ–ଆଜି କର୍ମକ୍ଷେତ୍ରରେ  ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।

ମୀନ–ଆଜି ଦେହ ମନ ଭଲ ରହିବ,  ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

Leave a Reply

Your email address will not be published. Required fields are marked *