ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସ୍ଥିତିର ସମୀକ୍ଷା:  ପର୍ଯ୍ୟାପ୍ତ ଔଷଧ ଓ ଅକ୍ସିଜେନ ଯୋଗାଣ ଉପରେ ଗୁରୁତ୍ୱ-

ମୁଖ୍ୟମନ୍ତ୍ରୀଙ୍କ କୋଭିଡ଼ ସ୍ଥିତିର ସମୀକ୍ଷା: ପର୍ଯ୍ୟାପ୍ତ ଔଷଧ ଓ ଅକ୍ସିଜେନ ଯୋଗାଣ ଉପରେ ଗୁରୁତ୍ୱ-

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କରୋନା ସ୍ଥିତିର ସମୀକ୍ଷା କରିଛନ୍ତି । ଏହି ପରିପ୍ରେକ୍ଷୀରେ ସେ ଆଇସିୟୁ, ବେଡ଼, ଔଷଧ ଉପରେ ଗୁରୁତ୍ୱ ଦେଇଛନ୍ତି । 

ଭିଡିଓ କନଫରେନ୍ସି ଜରିଆରେ ସେ ସ୍ଥିତିର ସମୀକ୍ଷା କରିଥିଲେ । ଏହା ସହ କହିଥିଲେ ଯେ, ପ୍ରତିଟି ଜୀବନ ମୂଲ୍ୟବାନ, ପ୍ରତି ଜୀବନ ରକ୍ଷା ପାଇଁ ଆମର ସର୍ବୋତ୍ତମ ଚେଷ୍ଟା ଜାରି ରହିଛି । କୋଭିଡ ବିରୁଦ୍ଧରେ ଲଢେଇ ଏକ ଲମ୍ବା ଲଢେଇ ହେବ। ତେଣୁ ଏ ଲଢେଇ ଜିତିବାକୁ ହେଲେ ଆମ ସମସ୍ତଙ୍କୁ ଦାୟିତ୍ବର ସହ କାମ କରିବାକୁ ହେବ।ରାଜ୍ୟ ସରକାର କୋଭିଡ ରୋଗୀ ମାନଙ୍କୁ ସର୍ବୋତ୍ତମ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଏବଂ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ଦିନରାତି ଏକ କରି ସେବା ଜାରି ରଖିଛନ୍ତି ।ସାରା ଦେଶ ବର୍ତ୍ତମାନ ଏକ ଗୁରୁତର ସଂକଟ ମଧ୍ୟ ଦେଇ ଗତି କରୁଛି । ବଡ ବଡ ସହର ଓ ମେଟ୍ରୋ ମାନଙ୍କରେ ସ୍ବାସ୍ଥ୍ୟ ସେବା ସଂପୂର୍ଣ୍ଣ ଚାପଗ୍ରସ୍ତ । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ ।

ସେ ଆହୁରି ମଧ୍ୟ କହିଥିଲେ ଯେ, ରାଜ୍ୟର କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତିଉଦ୍‌ବେଗ ସୃଷ୍ଟି କରିଛି । ଭାଇରସ୍‌ର ଡବଲ ଓ ଟ୍ରିପଲ ମ୍ୟୁଟଣ୍ଟ ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଏହି ଦ୍ବିତୀୟ ଲହରରେ ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି ।ସାରା ଦେଶ ବର୍ତ୍ତମାନ ଏକ ଗୁରୁତର ସଂକଟ ମଧ୍ୟ ଦେଇ ଗତି କରୁଛି । ବଡ ବଡ ସହର ଓ ମେଟ୍ରୋ ମାନଙ୍କରେ ସ୍ବାସ୍ଥ୍ୟ ସେବା ସଂପୂର୍ଣ୍ଣ ଚାପଗ୍ରସ୍ତ । ଏହାକୁ ଦୃଷ୍ଟିରେ ରଖି ପରିସ୍ଥିତିର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ ।

ଏହାସହ ସେ ତୃଣମୂଳ ସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହା ସହ କିପରି ଅକ୍ସିଜେନର ଅଭାବ ନହେବ ସେନେଇ ତା ଉପରେ ଗୁରୁତ୍ୱ ଦେବା ସହ କୋଭିଡ ଗାଇଡ଼ଲାଇନ ପାଳନ କରିବାକୁ ସେ ପରାମର୍ଶ ଦେଇଥିଲେ ।

Leave a Reply

Your email address will not be published. Required fields are marked *