ଜ୍ୟୋତିଷ ବିଚାର

ଜ୍ୟୋତିଷ ବିଚାର

ଅଦ୍ୟ ମଇ ମାସ ୦୬ ତାରିଖ ୨୦୨୧ ମସିହା(ଗୁରୁବାର)
ଶକାବ୍ଦ -୧୯୪୩, ସମ୍ବତ -୨୦୭୮, ସାଲ-୧୪୨୮, ସମ୍ବତ୍ସର -ଆନନ୍ଦୋ, ବୈଶାଖ ମାସ-କୃଷ୍ଣପକ୍ଷ
ତିଥି-ଦଶମୀ ଦିବା ଘ ୦୨/୨୦ ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ
ନକ୍ଷତ୍ର-ଶତଭିଷା ଦିବା ଘ ୧୧/୨୦ ପର୍ଯ୍ୟନ୍ତ ତଦନ୍ତେ ପୂର୍ବଭାଦ୍ର।
ଚନ୍ଦ୍ର-କୁମ୍ଭ, ଯୋଗ- ଇନ୍ଦ୍ର, କରଣ-ବିଷ୍ଟି, ସୌରମାସ- ମେଷ ୨୩ ଦିନ
ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୮/୧୯
ଯୋଗିନୀ ଉତ୍ତରେ ଦିବା ଘ୦୨/୨୦ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ
ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଦଶମୀ ର ଏକୋଦିଷ୍ଟ ଶ୍ରାଦ୍ଧ
କାଳବେଳା ଓ ବାରବେଳା- ଦିବା ଘ ୦୨/୦୫ ଗତେ ଘ୦୬/୦୬ ମଧ୍ୟେ
ବିଶୁଦ୍ଧ ଅମୃତବେଳା- ରାତ୍ରି ଘ୦୧/୧୫ଗତେ ଘ୦୩/୩୦ମଧ୍ୟେ
ବିଶୁଦ୍ଧ ମହେନ୍ଦ୍ର ବେଳ।-ଦିବା ଘ୦୬/୫୬ମଧ୍ୟେ ଓ ଘ୧୦/୦୮ଗତେ ଘ୧୨/୩୨ମଧ୍ୟେ*
ଆଦ୍ୟ କଳମଶ।ଗ ଦିବା ଘ୦୨/୨୦ ଗତେ ଶିମ୍ବ ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼

🌹👉ମେଷ
ଆଜି ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରୀଡ଼ା ତଥା ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଉନ୍ନତି ହେବ ।ପୂରାତନ ସମସ୍ୟାର ଅନ୍ତ ଘଟିବ। ନିଜଋଣ ପରିଶୋଧକରି ଆମତ୍ତୃପ୍ତି ଲାଭ କରିପାରନ୍ତି।

🌹👉ବୃଷ
ଆଜି କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସମ୍ପତ୍ତିକୁ କେନ୍ଦ୍ରକରି ବିବାଦ ଦେଖାଦେଇ ପାରେ ପ୍ରତିଯୋଗିତାରେ ସଫଳତା ପାଇବେ । କୌଣସି ଜିନିଷ କିମ୍ବା ଜମିଜମା କିଣିବା ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡ଼ିପାରେ।

🌹👉ମିଥୁନ
ଆଜି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ ଏବଂ ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହୋଇପାରେ । ପ୍ରତ୍ୟେକ କ୍ଷେତ୍ରରେ ବିଳମ୍ବଜନିତ କାରଣରୁ ମନସ୍ତାପ କରିବେ । ଅବଶ୍ୟ ଆର୍ଥିକ ଦିଗରୁ ଉପକୃତ ମଧ୍ୟ ହେବେ ,ଏପରିକି ବକେୟା ମଧ୍ୟ ପାଇପାରନ୍ତି।
🌹👉କର୍କଟ
ଆଜି ହଠାତ୍ କାୈଣସି ଶୁଭଖବର ପାଇ ବିସ୍ମୟ ପ୍ରକାଶ କରିବେ । ବିଶେଷ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ।ବନ୍ଧୁମାନଙ୍କ ଆଦର କାର୍ଯ୍ୟରେ ସଫଳତା ପୃଷ୍ଠଭୂମି ହୋଇପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଭଲ ରହିବା ସାଙ୍ଗକୁ କଳ୍ପନା ବିଳାସୀ ହୋଇପାରନ୍ତି।

🌹👉ସିଂହ
ଆଜି ଆପଣ କର୍ମକ୍ଷେତ୍ରରେ ଧୀରପାଣି ପଥର କାଟେ ନୀତିରେ କାମକରି ଅଭିଳଷିତ ଜିନିଷ ହାସଲ କରିବେ। ସାମାଜିକ ସ୍ତରରେ ମଧ୍ୟ ସମ୍ମାନ ଲାଭ ହେବ। ମନ ଭୁଲାଣିଆ ପଦେ ମଧୁର କଥାରେ ବିମୋହିତ ହୋଇ ଅନ୍ୟମାନଙ୍କ ଦ୍ୱାରା ସହଜରେ ପ୍ରଭାବିତ ହୋଇପାରନ୍ତି।


🌹👉କନ୍ୟା
ଆଜି ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟ ମାନଙ୍କ ମତକୁ ଅଗ୍ରାଧିକାର ଦେଇ କାମ କଲେ ଅପେକ୍ଷାକୃତ ସଫଳତା ପାଇବେ। ଆର୍ଥିକ ସମସ୍ୟା ଯୋଗୁ ବ୍ୟସ୍ତ ରହିବାକୁ ପଡ଼ିପାରେ।ଦୁଃଖକୁ ମନରେ ରଖି ମୁହଁରେ ହସ ଫୁଟାଇ କର୍ମକ୍ଷେତ୍ରରେ ଅବତୀର୍ଣ୍ଣ ହେବେ।
🌹👉ତୁଳା
ଆଜି ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ମାର୍ଗର ଅନୁସରଣ କଲେ ଅସୁବିଧାର ସମ୍ମୁଖୀନ ହେବାର ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।ବିବାଦୀୟ ଘଟଣାର ସମାଧାନରୁ ଆଶ୍ୱସ୍ତି ଲାଭ କରିବେ।

🌹👉ବିଛା
ଆଜି ଯାତ୍ରା ସମୟରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରିପାରନ୍ତି। ଜମିଜମା ସମ୍ବନ୍ଧୀୟ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । ନୈରାଶ୍ୟ ଜନକ ସ୍ଥିତିରୁ ମାନସିକ କଷ୍ଟ ଅନୁଭବ କରିବେ। ବନ୍ଧୁ ମାନଙ୍କ ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢ଼ାଇଦେବ।

🌹👉ଧନୁ
ଆଜି ଅତୀତ ସ୍ମୃ ତି ରୋମନ୍ଥନ କରି ମାନସିକ ଅବସାଦ ବୃଦ୍ଧି ପାଇବା ଯୋଗୁ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟ ମାନସିକ ଅସୁସ୍ଥତାର ଅନ୍ୟ ଏକ କାରଣ ହୋଇପାରେ। ଆପଣଙ୍କ କାର୍ଯ୍ୟ ଓ ଚିନ୍ତାଧାରା ନିଜ ଲୋକମାନଙ୍କ ମନରେ ଭିନ୍ନ ଭାବ ପୋଷଣ କରିପାରେ।

🌹👉ମକର
ଆଜି ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବା ଆଶଙ୍କା ରହିଛି । ଭ୍ରମଣ ସୁଯୋଗ ଲାଭ ହେବ। ଇଚ୍ଛାବିରୋଧୀ ପରିସ୍ଥିତିର ସମ୍ମୁଖୀନ ହୋଇ ଆପଣଙ୍କ କଠୋର ବାକ୍ୟ ନିଜ ଲୋକମାନଙ୍କୁ ଆଘାତ ଦେଇପାରେ ।ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ।

🌹👉କୁମ୍ଭ
ଆଜି ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇ ପାରନ୍ତି।ନିକଟସମ୍ପର୍କୀୟ ମାନଙ୍କ ଦ୍ୱାରା ସାହାଯ୍ୟ ଲାଭକରି ପ୍ରତ୍ୟେକ କାମକୁ ନିର୍ବିଘ୍ନରେ ସମାପନ କରିପାରିବେ । ପରିବାରର ଆବଶ୍ୟକତା ପୂରଣ କରିବା ସକାଶେ ଧାର ଉଧାର କରିବାକୁ ପଡ଼ିପାରେ।

🌹👉ମୀନ
ଆଜି ଭଲ ସମ୍ପର୍କ ନ ଥିବା ସମ୍ପର୍କୀୟମାନେ ଈର୍ଷାପରାୟଣ ହୋଇ ପ୍ରତିକୂଳ ମନ୍ତବ୍ୟ ପ୍ରଦାନ କରିବେ।ସ୍ବାସ୍ଥ୍ୟର କ୍ରମୋନ୍ନତି ସାଙ୍ଗକୁ ଇଚ୍ଛା ମୁତାବକ ମୂଲ୍ୟବାନ ଜିନିଷ ପ୍ରାପ୍ତ ହୋଇ ସାମୟିକ ଆନନ୍ଦ ଅନୁଭବ କରିପାରନ୍ତି। ଆପଣ ଭୋଗବିଳାସ ପ୍ରତି ଆକୃଷ୍ଟ ହେବେ

Leave a Reply

Your email address will not be published. Required fields are marked *