
ଭୁବନେଶ୍ୱରରେ ବଜ୍ରପାତ ନେଇ ହାଇଆଲର୍ଟ ଜାରୀ କଲା ପାଣିପାଗ ବିଭାଗ । କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦକ୍ଷିଣ ଓଡ଼ିଶା ସହ ଉପକୂଳ ଓଡ଼ିଶାର ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।
ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି ଏବଂ ପୁରୀ ଜିଲ୍ଲାକୁ ସତର୍କ କରାଯାଇଛି ।
କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଗକୁ ଦେଖି ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନକୁ ଚାଲିଯିବା ପାଇଁ ଲୋକଙ୍କୁ ପରାମର୍ଶ ଦେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।