ଜ୍ୟୋତିଷ ବିଚାର

ଜ୍ୟୋତିଷ ବିଚାର

ଅଦ୍ୟ ମଇ ମାସ ୧୯ ତାରିଖ ୨୦୨୧ ମସିହା(ବୁଧବାର)

ଶକାବ୍ଦ -୧୯୪୩ , ସମ୍ବତ -୨୦୭୮, ସାଲ-୧୪୨୮

ସମ୍ବତ୍ସର –ଆନନ୍ଦୋ, ବୈଶାଖ ମାସ-ଶୁକ୍ଳପକ୍ଷ

ତିଥି-ସପ୍ତମୀ ଦିବା ଘ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ଅଷ୍ଟମୀ

ନକ୍ଷତ୍ର-ଅଶ୍ଳେଷା ଦିବା ଘ ୦୪/୨୦ ପର୍ଯ୍ୟନ୍ତ ତଦନ୍ତେ ମଘା

ଚନ୍ଦ୍ର- କର୍କଟ ଦିବା ଘ ୦୪/୨୦ ପର୍ଯ୍ୟନ୍ତ ତଦନ୍ତେ  ସିଂହ

ଯୋଗ-ଧୃବ, କରଣ-ବାଣିଜ୍ୟ, ସୌରମାସ-ବୃଷ ୦୫ ଦିନ

ସୁର୍ୟୋଦୟ-ପ୍ରାତଃ ଘ୦୫/୧୪/୧୪, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୨/୫୯

ଯୋଗିନୀ  ବାୟବ୍ୟେ ଦିବା ଘ ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ଐଶାନ୍ୟେ

କର୍କଟ ରାଶିର ଘାତବାର

ସପ୍ତମୀ ର ଏକୋଦିଷ୍ଟ  ଓ ଅଷ୍ଟମୀ ର ପାର୍ବଣ ଶ୍ରାଦ୍ଧ

କାଳବେଳା -ଦିବା ଘ ୦୮/୨୦ ଗତେ  ଘ୧୦/୦୧ ମଧ୍ୟେ

ବାରବେଳା- ଦିବା ଘ ୧୧/୪୦ ଗତେ  ଘ୦୧/୧୮ ମଧ୍ୟେ

ବିଶୁଦ୍ଧଅମୃତବେଳ। – ଦିବା  ଘ୦୭/୩୭ ଗତେ  ଘ୦୮/୧୮ମଧ୍ୟେ ଓ  ଘ ୧୦/୪୯ ଗତେ  ଘ୧୧/୩୯ମଧ୍ୟେ

ବିଶୁଦ୍ଧ ମହେନ୍ଦ୍ର ବେଳ।-ନାସ୍ତି

ଆଦ୍ୟ ତାଳ ଦିବା ଘ ୧୨/୩୮ ପର୍ଯ୍ୟନ୍ତ ତଦନ୍ତେ ନଡ଼ିଆ  ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼

🌹ମେଷ🌹👉: ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବା ନିଷ୍ପତି ସଫଳ ସାବ୍ୟସ୍ତ ହେବ। କ୍ୟାରିଅର ଗଢ଼ିବା ଲାଗି ଭଲ ସୁଯୋଗ ପାଇବେ। ଓକିଲଙ୍କୁ ପୁରୁଣା ମକଦ୍ଦମାରେ ସଫଳତା ମିଳିବ। ବେପାରରେ କୌଣସି ନୂଆ ଅନୁବନ୍ଧ ହୋଇପାରେ।

🌹ବୃଷ🌹👉: ପ୍ରଭୁଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ଆପଣଙ୍କୁ ଉନ୍ନତିର କୌଣସି ଭଲ ସୁଯୋଗ ମିଳିବ। ଆର୍ଥିକ ରୂପେ ଆପଣ ମଜଭୁତ ରହିବେ। ସନ୍ତାନଙ୍କ ପକ୍ଷରୁ କୌଣସି ଖୁସି ଖବର ପାଇବେ। ପାରିବାରିକ ଜୀବନ ଶାନ୍ତିମୟ ହେବ।

🌹ମିଥୁନ🌹👉: ଧ୍ୟାନ ଓ ଯୋଗ ମାଧ୍ୟମ ରେ ଆପଣଙ୍କ ଭାବନା ଉପରେ ନିୟନ୍ତ୍ରଣ ରଖିବାରେ ଶିକ୍ଷା ଲାଭ କରିବେ। ଆପଣଙ୍କର କୌଣସି ଜରୁରୀ କାମ ସମାପ୍ତ କରିବାରେ ସଫଳ ହେବେ। ମହିଳାମାନଙ୍କ ଲାଗି ଦିନଟି ଭଲ ରହିବ।

🌹କର୍କଟ🌹👉: ସକାରାତ୍ମକ ମନୋଭାବରେ ରହନ୍ତୁ, କାମ କରିବା ସହଜ ହେବ। ବ୍ୟବସାୟର ନୂଆ ଗ୍ରୁପରେ ଯୋଡ଼ିବାର ବିଚାର କରିବେ। ସାମାଜିକ କାର୍ଯ୍ୟରେ ମହତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ।

🌹ସିଂହ🌹👉: ଆପଣଙ୍କ ମନ ପ୍ରସନ୍ନ ରହିବ। ଆପଣଙ୍କ କାମ ପାଇଁ ଆର୍ଥିକ ସହାୟତା ମିଳିବ। ଗଣମାଧୢମ ଓ ସ˚ଚାର କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତି ବିଶେଷଙ୍କର ପ୍ରଗତି ହେବ। ପରିବାର ଲୋକଙ୍କ ସହିତ ସୁଖଦ ସମୟ ବିତେଇବେ।

🌹କନ୍ୟା🌹👉: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ନୂଆ ପରିଯୋଜନାରେ କାମ କରିବେ। ଆପଣଙ୍କ କାମରେ ସବୁ ଲୋକ ଖୁସି ରହିବେ। ବ୍ୟବସାୟୀଙ୍କୁ ନୂଆ ନିବେଶରେ ଲାଭ ହେବ। ଛାତ୍ରଙ୍କ ମନରେ ବିଭିନ୍ନ ପ୍ରକାର କଥା ଘୂରି ବୁଲିବ।

🌹ତୁଳା🌹👉: କାମ ଧନ୍ଦା ମାମଲାରେ ପରିସ୍ଥିତି ବଢ଼ିଆ ରହିବ। ଇଲେକଟ୍ରୋନିକ୍ସ ବ୍ୟବସାୟୀଙ୍କୁ ପ୍ରଚୁର ଲାଭ ମିଳିବ। ଖେଳାଳିମାନେ ସୁନାମ ଅର୍ଜନ କରିବେ। ସନ୍ତାନ ଆପଣଙ୍କୁ କୌଣସି ଭଲ ଖବର ଶୁଣାଇବେ। ପାରିବାରିକ ଜୀବନ ସୁଖମୟ ହେବ।

🌹ବିଛା🌹👉: ନିଜକୁ ଊର୍ଜାବାନ ଅନୁଭବ କରିବେ। କୌଣସି ଅନୁଭବୀ ବ୍ୟକ୍ତିଙ୍କର ରାୟ ଆପଣଙ୍କ ଲାଗି ବଢ଼ିଆ ସାବ୍ୟସ୍ତ ହେବ। ବ୍ୟବସାୟରେ ନୂଆ ଚୁକ୍ତିପତ୍ର ହେବ। ଦାମ୍ପତ୍ୟ ଜୀବନରେ ତାଳମେଳ ଓ ମଧୁରତା ବଜାୟ ରହିବ।

🌹ଧନୁ🌹👉: କାମ ପ୍ରତି ଆପଣଙ୍କ ଉତ୍ସାହ ବୃଦ୍ଧି ହେବ। ପଇସା ଚିନ୍ତା ଦୂର ହେବ। କଳାକାରଙ୍କୁ ଫିଲ୍ମର ସୁଯୋଗ ମିଳିବ। ଅଫିସରେ ଆପଣଙ୍କର ସହଯୋଗୀ ଆପଣଙ୍କୁ ସାହାଯ୍ୟ ମାଗିବେ। ପ୍ରିୟ ବନ୍ଧୁଙ୍କ ସହିତ ଆପଣଙ୍କ ସମ୍ବନ୍ଧ ଭଲ ରହିବ।

🌹ମକର🌹👉: ଆପଣଙ୍କ ମନୋବଳ ଦୃଢ଼ ରହିବ। ଆପଣଙ୍କର କୌଣସି କାମ ବାଧା ପ୍ରାପ୍ତ ହେବ ନାହିଁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କୁ କୌଣସି ନୂଆ ଦାୟିତ୍ବ ମିଳିପାରେ। ପରିବାର ସଦସ୍ୟମାନଙ୍କ ସହିତ ଉତ୍ତମ ବୁଝାମଣା ରହିବ ।

🌹କୁମ୍ଭ🌹👉: ଆପଣଙ୍କ ଉପରେ ଭରସା ରଖନ୍ତୁ ଏବ˚ ନିଜ ବୁଦ୍ଧିରେ ଆଗକୁ ବଢ଼ନ୍ତୁ। କୌଣସି ଜରୁରୀ କାମରେ ଭାଇ ଭଉଣୀଙ୍କ ସହଯୋଗ ପ୍ରାପ୍ତ ହେବ। ବ୍ୟବସାୟକୁ ନେଇ ଭଲ ସଉଦା ହେବାର ସମ୍ଭାବନା। ପ୍ରିୟତମଙ୍କଠାରୁ ଉପହାର ପାଇବେ।

🌹ମୀନ🌹👉: ଦିନଟି ଆପଣଙ୍କ ପାଇଁ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟରେ ପ୍ରତିଯୋଗୀ ମନୋଭାବ ପରିତ୍ୟାଗ କରନ୍ତୁ। ପିଲା ଦିନର ସାଙ୍ଗଙ୍କ ସହିତ ସାକ୍ଷାତ୍‌ ଆଲୋଚନା ହେବ। ବୈବାହିକ ଜୀବନ ଖୁସିରେ ଭରା ରହିବ।

Leave a Reply

Your email address will not be published. Required fields are marked *