
କରୋନା ଯୋଗୁଁ ବିଶିଷ୍ଟ ସ୍ଥପତି ରଘୁନାଥ ମହାପାତ୍ରଙ୍କ ଦେହାନ୍ତ ହେବାର ପ୍ରାୟ ଦଶ ଦିନ ପରେ ତାଙ୍କ ପୁଅ ପ୍ରଶାନ୍ତ ମହାପାତ୍ର ଆଜି ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ଏନେଇ ଏମ୍ସ ସୁପରିଟେଣ୍ଡେଣ୍ଟ ସଚ୍ଚିଦାନନ୍ଦ ମହାନ୍ତି ସୂଚନା ଦେଇଛନ୍ତି ।
ପୂର୍ବତନ ରଣଜୀ ଖେଳାଳି ପ୍ରଶାନ୍ତ କରୋନାରେ ଗୁରୁତର ଥିଲେ ଏବଂ ଭୁବନେଶ୍ୱରର ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତେବେ ନିକଟରେ କରୋନାରେ ରିପୋର୍ଟ ନେଗେଟିଭ ରହିଥିଲା ।
ବାପ-ପୁଅ କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମେ ୯ ତାରିଖ ଅପରାହ୍ଣରେ ପଦ୍ମଶ୍ରୀ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା । ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା ।