ମୁଖ୍ୟମନ୍ତ୍ରୀଙ୍କ ମହିଳା ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ ଘୋଷଣା-

ମୁଖ୍ୟମନ୍ତ୍ରୀଙ୍କ ମହିଳା ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ ଘୋଷଣା-

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା ମିଶନ ଶକ୍ତିକୁ ୪୫୩.୫୦ କୋଟି ଟଙ୍କାର କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି । ସେଥିରେ ୩୩୮ ବ୍ଲକ ମିଶନ ଶକ୍ତି ଭବନ ନିର୍ମାଣ ପାଇଁ ୧୬୯ କୋଟି, ୮୪.୫୦ କୋଟି ଆବର୍ତ୍ତନ ପାଣ୍ଠି, ମିଶନ ଶକ୍ତି ଋଣର ସୁଧ ରିହାତି ପାଇଁ ୨୦୦ କୋଟି ଟଙ୍କାର ପ୍ୟାକେଜର ବ୍ୟୟ ଅଟକଳ ସ୍ଥିର ହୋଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମିଶନ ଶକ୍ତି ହେଉଛି, ଓଡିଶାର ୭୦ ଲକ୍ଷ ମାଆ ମାନଙ୍କର ଏକ ବିରାଟ ଅନୁଷ୍ଠାନ। ଏହା ହେଉଛି ଓଡିଶାର ବିକାଶ ବାହିନୀ। ସେମାନଙ୍କ ଦକ୍ଷତା ଉପରେ ଆସ୍ଥାପ୍ରକଟ କରି ମୁଖ୍ୟମନ୍ତ୍ରୀ କହିଥିଲେ, ‘ଆପଣମାନେ ଆଗକୁ ବଢନ୍ତୁ, ମୁଁ ଆପଣମାନଙ୍କ ସାଥିରେ ଅଛି।’

କୋଭିଡ ସମୟରେ ମିଶନ ଶକ୍ତିର ମା ଓ ଭଉଣୀମାନେ ବହୁତ ଭଲ କାମ କରିଛନ୍ତି ବୋଲି କହି ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଜଣାଇ କହିଲେ ଯେ ଆଜି ହେଉଛି ଏକ ଐତିହାସିକ ଦିବସ । ବ୍ଲକ୍‌ସ୍ତରରେ ସ୍ୱୟଂ ସହାୟକ ଗୋଷ୍ଠୀ ମାନଙ୍କ ପାଇଁ ଯେଉଁ ମିଶନ ଶକ୍ତି ଭବନ ଗଠନ ହେବ, ସେଥିରେ ମା ମାନେ ତାଲିମ ପାଇବେ, ଉତ୍ପାଦିତ ଦ୍ରବ୍ୟ ପାଇଁ ବିକ୍ରୟ କେନ୍ଦ୍ର ଖୋଲିପାରିବେ ଏବଂ ସେମାନଙ୍କ ନିଜସ୍ୱ କାର୍ଯ୍ୟକ୍ରମ ସଂପର୍କରେ ଆଲୋଚନା କରିପାରିବେ । 

Leave a Reply

Your email address will not be published. Required fields are marked *