ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ

ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ, ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ

ଗତ ଶୁକ୍ରବାର ଓଏସ୍‌ଏସ୍‌ସି ସଦସ୍ୟଙ୍କ ପିଏସ୍ ବିରଞ୍ଚି ନାରାୟଣ ସାହୁଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ତାଙ୍କ ଘର, ଅଫିସ୍‌ ଓ ସମ୍ପର୍କୀୟଙ୍କ ଘରକୁ ମିଶାଇ ମୋଟ୍‌ ୬ ଟି ଜାଗାରେ ଚଢ଼ଉ କରିଥିଲା । 

ପରେ ଏହି ମାମଲାରେ ତାଙ୍କୁ ଗିରଫ ମଧ୍ୟ କରିଥିଲା ପୋଲିସ । ତେବେ ଆଜି ପିଏସ ବିରଞ୍ଚି ନାରାୟଣ ସାହୁଙ୍କ ପତ୍ନୀ ଓ ଶାଳକଙ୍କ ନାଁରେ ମାମଲା ରୁଜୁ କରିଛି ଭିଜିଲାନ୍ସ । ଜଣେ ସରକାରୀ ଚାକିରିଆୟାଙ୍କୁ ଟଙ୍କା ନେବା ଓ ରଖିବା ସହଯୋଗ କରିବାରେ ଅଭିଯୋଗରେ ମାମଲା ରୁଜୁ ହୋଇଛି ।

 ବିରଞ୍ଚିଙ୍କ କୋଳଥିଆ ନିକଟରେ ଥିବା ଘରେ ଟଙ୍କା ଡିଲ ନେଇ ଯାଞ୍ଚ କରିବ ଭିଜିଲାନ୍ସ । ଖୁବଶୀଘ୍ର ବିରଞ୍ଚିଙ୍କ ପତ୍ନୀ ଓ ଶାଳକଙ୍କୁ ତଦନ୍ତ ପରିସରଭୁକ୍ତ କରିବ ଭିଜିଲାନ୍ସ । 

Leave a Reply

Your email address will not be published. Required fields are marked *