
ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ମୁତାବକ ଦକ୍ଷିଣ-ପଶ୍ଚିମ ମୌସୁମୀ ଦୁର୍ବଳ ରହିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଓଡିଶାର ବିଭିନ୍ନ ଜିଲ୍ଲା ଉପରେ ଅଳ୍ପ କିଛି ସ୍ଥାନରେ ହାଲୁକା ରୁ ମଧ୍ୟମ ବର୍ଷା / ବଜ୍ରପାତ ହୋଇଛି। ତେବେ ଅଗଷ୍ଟ ୭, ୨୦୨୧ ପର୍ୟ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଏବଂ ବଜ୍ରପାତର ଅନୁଭୂତ ହେବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଟକ, ଜଗତ୍ସିଂହପୁର, ଚକେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଧା ଏବଂ ପୁରୀରେ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ପ୍ରଭାବରେ ଅଗଷ୍ଟ ୭, ୨୦୨୧ ପର୍ଯ୍ୟନ୍ତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଏବଂ ବଜ୍ରପାତର ଅନୁଭୂତ ହେବ । ଏହି ସମୟରେ ଉତ୍ତର ଓଡିଶାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୫ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଏବଂ ବାଲାସୋର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।