ବର୍ଷୀଆନ ଅଭିନେତା ମହିରି ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଭୀର ଶୋକ ପ୍ରକାଶ

ବର୍ଷୀଆନ ଅଭିନେତା ମହିରି ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଭୀର ଶୋକ ପ୍ରକାଶ

ବର୍ଷୀଆନ ଅଭିନେତା ମହିରି ଦାସଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ, ରାଜ୍ୟପାଳ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗଭୀର ଶୋକ ପ୍ରକାଶ କରିଛନ୍ତି । ଓଡିଆ କଳା ଜଗତରେ ସେ ଛାଡି ଯାଇଥିବା ଅଭିନୟର ଛାପ ତାଙ୍କୁ ସର୍ବଦା ଆମର କରି ରଖିବ । ତାଙ୍କ ବିୟୋଗ ଓଡିଆ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ଅଟେ । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । 

ସେହିପରି ଓଡିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଧ୍ୟ ମହିରି ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଓଡିଆ ସିନେଜଗତର ପ୍ରଖ୍ୟାତ ଅଭିନେତା ମହିର ଦାସଙ୍କ ପରଲୋକରେ ମାନ୍ୟବାର ରାଜ୍ୟପାଳ ଗଭୀର ଶୋକ ପ୍ରକଟ କରିବା ସହିତ ତାଙ୍କର ଶୋକ ସନ୍ତପ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି । 

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି । ଓଡିଶା ସିନେ ଜଗତରେ ଏକ ସୁବର୍ଣ୍ଣ ଯୁଗର ସୂର୍ଯ୍ୟସ୍ତ ହେଲା ବୋଲି ସେ କହିଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି ଯେ, ଓଡିଆ ସିନେ ଜଗତରୁ ସୁନାମଧନ୍ୟ ଲୋକପ୍ରିୟ ଅଭିନେତା ମହିର ଦାସଙ୍କ ବିୟୋଗରେ ମୁଁ ଦୁଃଖିତ ଓ ମର୍ମାହତ । ଜଣେ କଳାକାର ଭାବେ ନୁହେଁ ବରଂ ତାଙ୍କ ସହ ମୋର ବଡ ଭାଇ ଭଳି ସମ୍ପର୍କ ଥିଲ । ଏ ଖବର ଶୁଣି ମୁଁ ବିଶ୍ୱାସ କରିପାରୁନି ବୋଲି ସେ ଟ୍ୱିଟ୍ କରିଛନ୍ତି ।

Leave a Reply

Your email address will not be published. Required fields are marked *