୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ମୌସୁମୀ ଆଗାମୀ ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ। ଏନେଇ ଆଜି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପହଞ୍ଚିବା ପାଇଁ ପାଗ ଧୀରେ ଧୀରେ ଅନୁକୂଳ ହେଉଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଜୁନ୍ ମାସରେ ଭଲ ବର୍ଷା ହେବ ବୋଲି ଆକଳନ କରାଯାଉଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାରେ ବିଳମ୍ବ ହୋଇଛି। ପୂର୍ବ ଆକଳନ ମୁତାବକ ଜୁନ୍ ୧୨ରେ ଓଡ଼ିଶା ଛୁଇଁବା ସମ୍ଭବ ହୋଇନାହିଁ । ଗତ ଦୁଇଦିନ ହେବ ଓଡ଼ିଶାରେ ଆକାଶରେ ବାଦଲ ଓ ପବନ ରହିଛି। ହେଲେ ମୌସୁମୀ ଆଗମନରେ ପରିବେଶ ଅନୁକୂଳ ହେଲାଣି। ଉତ୍ତର-ପଶ୍ଚିମ ପବନର ପ୍ରଭାବ ଅଧିକ ଯୋଗୁଁ ରାଜ୍ୟରେ ତାପମାତ୍ରା ବୃଦ୍ଧିପାଉଥିଲା। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ଆଗକୁ ବଢ଼ିବାକୁ ଦେଉନଥିଲା। ତେଣୁ ମୌସୁମୀ କେବେ ଓଡ଼ିଶା ଛୁଇଁବ ତାହା ଆକଳନ କରାଯାଇପାରୁନଥିଲା।

Leave a Reply

Your email address will not be published. Required fields are marked *