ଆଜି ଶ୍ରୀମନ୍ଦିରରେ ଚିତାଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚିତାଲାଗି ନୀତି: ଚାରି ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ଶ୍ରୀମନ୍ଦିରରେ ଚିତାଲାଗି ଅମାବାସ୍ୟା। ମହାପ୍ରଭୁଙ୍କୁ ଲାଗି ହେବ ବ୍ରହ୍ମଜ୍ୟୋତି ହୀରା ଚିତା। ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଦଇତାପତି, ଓ ଅନ୍ୟାନ୍ୟ ଦଇତାପତି ସେବାୟତ ମାନେ ମହାପ୍ରଭୁଙ୍କୁ ଏହି ଅଳଙ୍କାର ଲାଗି କରିବେ। ଶ୍ରୀମନ୍ଦିରରେ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ।ଶ୍ରୀଦେବୀ ଓ ଭୂଦେବୀ ରତ୍ନ ସିଂହାସନରୁ ଆସି ଖଟ ସେଜରେ ବିଜେ କରିବେ। ତେବେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଦିନ ୨ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *