
ଅଗଷ୍ଟ ୬ ତାରିଖରୁ ରାଜ୍ୟରେ ପୁଣି ଆରମ୍ଭ ହେବ ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏକ ଲଗୁଚାପ ପ୍ରଭାବରେ ବର୍ଷା ହେବ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୬ରୁ ୯ ତାରିଖ ଯାଏ ବର୍ଷା ସମ୍ଭାବନା ରହିଛି । ମୌସୁମୀ ଦୁର୍ବଳ ହେବା କାରଣରୁ ଦୁଇ ଦିନ ହେଲା ରାଜ୍ୟରେ ପାଗ ଖରାଟିଆ ରହିଛି । ମୌସୁମୀ ବିରତି ଜାରି ରହିଥିବାରୁ ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି । ଅଗଷ୍ଟ ୫ ଯାଏ ପାଗ ଶୁଖିଲା ରହିବ । କିଛି ସ୍ଥାନରେ କେବଳ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ ଅଧିକାଂଶ ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଯାଏ ଅଧିକ ରେକର୍ଡ କରାଯାଇଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ।