ଖାଉଟିଙ୍କୁ ଆଶ୍ୱସ୍ତି : ୧୦୦ ଟଙ୍କା ଯାଏଁ ଶସ୍ତା ହେଲା ଗ୍ୟାସ୍ ସିଲିଣ୍ଡର

ଖାଉଟିଙ୍କୁ ଆଶ୍ୱସ୍ତି : ୧୦୦ ଟଙ୍କା ଯାଏଁ ଶସ୍ତା ହେଲା ଗ୍ୟାସ୍ ସିଲିଣ୍ଡର

ଦେଶରେ ମହଙ୍ଗା ମାଡର ସାମ୍ନା କରୁଥିବା ଜନତାଙ୍କ ପାଇଁ ଆଶ୍ୱସ୍ତିକର ଖବର । ସେପ୍ଟେମ୍ବର ୧ରୁ ଗ୍ୟାସ୍ ସିଲିଣ୍ଡରର ଦାମ୍ ହ୍ରାସ ପାଇଛି । ଏଲପିଜି ସିଲିଣ୍ଡରର ଦାମ୍ ୧୦୦ ଟଙ୍କା ଯାଏଁ କମିଛି । ତେବେ କେବେଳ ବାଣିଜ୍ୟିକ ସିଲିଣ୍ଡରର ଦାମ୍ ହ୍ରାସ ହୋଇଛି । କିନ୍ତୁ ୧୪.୨ କେଜିର ଘରୋଇ ସିଲିଣ୍ଡର ପୂର୍ବ ଦାମରେ ମିଳିବ । ସେପ୍ଟେମ୍ବର ୧ରୁ ଦିଲ୍ଲୀରେ ଇଣ୍ଡେନ୍ ଗ୍ୟାସର ୧୯ କେଜି ବିଶିଷ୍ଟ ସିଲିଣ୍ଡରର ଦାମ୍ ୯୧.୫୦ ଟଙ୍କା ଶସ୍ତା ହୋଇଛି । ସେହିପରି କୋଲକାତାରେ ୧୦୦ ଟଙ୍କା, ମୁମ୍ବାଇରେ ୯୨.୫୦, ଚେନ୍ନାଇରେ ୯୬ ଟଙ୍କା ଶସ୍ତା ହୋଇଛି । ଏହି ଲାଭ ଦେଶର ପ୍ରାୟ ସବୁଠି ଗ୍ରାହକଙ୍କୁ ମିଳିବ ।

Leave a Reply

Your email address will not be published. Required fields are marked *