
ବୈଷ୍ଣୋ ଦେବୀଙ୍କ ଦର୍ଶନ ପାଇଁ ଯିବାବେଳେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୧୦ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଆହତ ହୋଇଥିବା ଜଣାପଡିଛି । ଜାତୀୟ ରାଜପଥ- ୪୪ରେ ଭାରସାମ୍ୟ ହରାଇ ବସଟି ପୋଲ ଉପରୁ ତଳକୁ ଖସିପଡିଛି । ଆହତଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବସରେ ମୋଟ ୭୫ ଜଣ ଯାତ୍ରୀ ଥିଲେ । ଏବେବି ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ବସ୍ଟି ଶ୍ରଦ୍ଧାଳୁଙ୍କୁ ଧରି ମାତା ବୈଷ୍ଣୋ ଦେବୀଙ୍କ ଦର୍ଶନ ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିବା ଜଣାଯାଇଛି।