
ଗ୍ୟାସ ଦର ବୃଦ୍ଧି ବିରୋଧରେ ବିଜେଡିର ଧାରଣା । ରାଜଭବନ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଧାରଣା ଦିଆଯାଇଛି । କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି । ୨୦୧୪ ମସିହାରେ ଯେଉଁ ରନ୍ଧନଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧ ଶହ ୩୦ ଟଙ୍କାରେ ପହଞ୍ଚିଛି ।
୯ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଫଳରେ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି । ରାଜ୍ୟର ମା’ ଏବଂ ଭଉଣୀମାନଙ୍କ ପାଇଁ ସର୍ବଦା କାମକରୁଥିବା ବିଜୁ ଜନତାଦଳ ତୁରନ୍ତ ଏଲ୍ପିଜି ଗ୍ୟାସ ଦର ହ୍ରାସ ପାଇଁ ଦାବିକରି ଆସୁଛି । ହେଲେ କେନ୍ଦ୍ରସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି । ଯଦି କେନ୍ଦ୍ରସରକାର ଗ୍ୟାସ ଦର ତୁରନ୍ତ ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜୁଜନତା ଦଳ ଏହି ପ୍ରତିବାଦ ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁସ୍ତରରେ କରିବ ।