
ଶ୍ରୀକୃଷ୍ଣଙ୍କ ଜନ୍ମତିଥି ଅବସରରେ ବେଲଗୁଣ୍ଠା ବ୍ଳକ୍ ର ବିଭିନ୍ନ ସ୍ଥାନରେ ଧୂମଧାମରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ ହୋଇଯାଇଛି I ବିଶେଷ କରି ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନରେ କୁନିକୁନି ଛାତ୍ରଛାତ୍ରୀଙ୍କ ରାଧାକୃଷ୍ଣ ବେଶ ସମସ୍ତଙ୍କ ମନମୋହିଥିଲା। ଏହି ଅବସରରେ ଗାଙ୍ଗପୁର ବିବେକାନନ୍ଦ ଶିଶୁ ଶିକ୍ଷା ପ୍ରତିଷ୍ଠାନରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ କଣ୍ଢେଇ ପ୍ରତିଯୋଗିତା ଏବଂ ରାଧାକୃଷ୍ଣ ବେଶ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି I ପ୍ରଧାନ ଆଚାର୍ଯ୍ୟା ସସ୍ମିତା ମାଝୀ ଏବଂ ଅନୁଷ୍ଠାନ ସମ୍ପାଦକ ସୀମାଞ୍ଚଳ ପୃଷ୍ଟିଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ରୂପେ ସ୍ଥାନୀୟ ସମିତିସଭ୍ୟ ପ୍ରତିନିଧି ଅର୍ଜୁନ ବିଷୋୟୀ, ଉପେନ୍ଦ୍ରଭଞ୍ଜ ସାହିତ୍ୟ ପରିଷଦ ସଭାପତି ଗୋପାଳ ଚନ୍ଦ୍ର ଲେଙ୍କା,ଶିକ୍ଷକ ପୂର୍ଣ୍ଣଚନ୍ଦ୍ର ମହାନ୍ତି ଯୋଗଦେଇ ଜନ୍ମାଷ୍ଟମୀ ଉତ୍ସବ ପାଳନର ମହତ୍ତ୍ୱ ସମ୍ପର୍କରେ କହିଥିଲେ I ଅନ୍ୟମାନଙ୍କ ମଧ୍ୟରେ ଅନୁଷ୍ଠାନ ସହସମ୍ପାଦକ ପୁରୁଷୋତ୍ତମ ବିଷୋୟୀ, କମିଟି ସଦସ୍ୟ ଦିବାକର ବିଷୋୟୀ, ପ୍ରେସକ୍ଲବ ଉପଦେଷ୍ଟା ସନ୍ତୋଷ କୁମାର ବିଷୋୟୀ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ I କାର୍ଯ୍ୟକ୍ରମରେ ଅନୁଷ୍ଠାନର ଗୁରୁଜୀ ଓ ଗୁରୁମା ସହଯୋଗ କରିଥିଲେ I ସମ୍ପାଦକ ସୀମାଞ୍ଚଳ ପୃଷ୍ଟି ଧନ୍ୟବାଦ ଜ୍ଞାପନ କରିଥିଲେ I ସେହିପରି ବେଲଗୁଣ୍ଠା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ କାର୍ଯ୍ୟକ୍ରମକୁ ଅନୁଷ୍ଠାନର ସଭାପତି ରବୀନ୍ଦ୍ର ନାଥ ରଥ ଉଦ୍ଘାଟନ କରିଥିବା ବେଳେ ଅନୁଷ୍ଠାନର ସମ୍ପାଦକ ପବିତ୍ର ସାହୁ କାର୍ଯ୍ୟକ୍ରମର ସଂଯୋଜନା କରିବା ସହିତ ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଅନୁଷ୍ଠାନର ଉପ ସଭାପତି ମଧୁସୂଦନ ମହାପାତ୍ର,ପୂର୍ବତନ କୋଷାଧ୍ୟକ୍ଷ ବିଜୟ କୁମାର ସ୍ବାଇଁ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିଲେ।କାର୍ଯ୍ୟକ୍ରମରେ ୩୫ ଜଣ ଛାତ୍ରଛାତ୍ରୀ ରାଧା, କୃଷ୍ଣ ଏବଂ ବଳରାମ ବେଶ ହୋଇଥିଲେ I ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ପବିତ୍ର କୁମାର ତ୍ରିପାଠୀ ସମସ୍ତଙ୍କୁ ଧନ୍ୟବାଦ୍ ପ୍ରଦାନ କରିଥିଲେ। ସେହିପରି ବେଲଗୁଣ୍ଠା ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାଭବନରେ ଜନ୍ମାଷ୍ଟମୀ ସହିତ ମାତୃ ସମ୍ମିଳନୀ ପାଳିତ ହୋଇଯାଇଛି I ଅନୁଷ୍ଠାନ ସମ୍ପାଦକ ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ରୋଟାରୀ କ୍ଲବ୍ ଆସିଷ୍ଟାଣ୍ଟ ଗଭର୍ଣ୍ଣର ଭି ଦେବୀ ପ୍ରସାଦ ପାତ୍ର ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ରୂପେ ସାମ୍ବାଦିକ ଶିବରାମ ଚୌଧୂରୀ, ସମାଜସେବୀ ଦେବହରି ସାହୁ ଯୋଗ ଦେଇ ରାଧାକୃଷ୍ଣ ବେଶଧାରୀଙ୍କୁ ପୁରସ୍କୃତ କରିଥିଲେ I କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ମାଆମାନେ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମ ପରିଚାଳନାରେ ଅନୁଷ୍ଠାନର ସମସ୍ତ ଗୁରୁଜୀ ଗୁରୁମା ସହଯୋଗ କରିଥିଲେ I ଶିବ ଗୁରୁଜୀ ଧନ୍ୟବାଦ ଜ୍ଞାପନ କରିଥିଲେ I