ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟରେ ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟରେ ଟ୍ରେନ ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି, ଶତାଧିକ ଆହତ

ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେଶନ ନିକଟସ୍ଥ କାଣ୍ଟକାପଲ୍ଲୀଠାରେ ରବିବାର ରାତିରେ ଏକ ପାସେଞ୍ଜର ଟ୍ରେନ୍‌କୁ ଅନ୍ୟ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କା ଦେଇଛି। ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ଏଥିରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ବିଶାଖାପାଟଣା-ପଲାସା ଏକ୍ସପ୍ରେସ୍‌ ଟ୍ରେନ୍‌ର ଜଣେ ଗାର୍ଡଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ ଶୋକବ୍ୟକ୍ତ କରିଛନ୍ତି। ସହାୟତା ପାଇଁ ପଦକ୍ଷେପ ନେବା ସହ ତୁରନ୍ତ ଆହତମାନଙ୍କ ଚିକିତ୍ସା ବ୍ୟବସ୍ଥା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ରେଳ ବିଭାଗ ପକ୍ଷରୁ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି।

ଦୁର୍ଘଟଣା ପରେ ହେଲ୍‌ପଲାଇନ୍‌ ନମ୍ୱର ଜାରି କଲା ପୂର୍ବତଟ ରେଳପଥ…

ରାୟଗଡ଼ା ହେଲପ୍‌ଲାଇନ ନଂ- 9439741071, 7326812986

ଭୁବନେଶ୍ୱର- 0674-2301625, 2301525, 2303069

Leave a Reply

Your email address will not be published. Required fields are marked *