ଝୁଲୁଛି ଅଜଣା ମୃତଦେହ, ତଳେ ପଡିଛି ବିଷ ଓ ମଦ ବୋତଲ

ଝୁଲୁଛି ଅଜଣା ମୃତଦେହ, ତଳେ ପଡିଛି ବିଷ ଓ ମଦ ବୋତଲ

ଭଦ୍ରକ ୨।୨: ସୂଚନାଯୋଗ୍ୟ ଯେ, ୧୬ ନମ୍ବର ଜାତୀୟ ରାଜପଥ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଡାହାଲା ମହନ୍ତ ପୋଲ ନିକଟ ଏକ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ସ୍ଥାନୀୟ ଲୋକେ ମୃତଦେହ ଗଛରେ ଝୁଲୁଥିବା ଦେଖି ଭଣ୍ଡାରିପୋଖରୀ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ପାଇଁ ମୃତଦେହକୁ ହସ୍ପିଟାଲକୁ ପଠାଯାଇଛି ।

୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵର ଏକ ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ । ମୃତଦେହ ନିକଟରେ ପଡିଛି ମଦ ଓ ବିଷ ବୋତଲ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମୃତଦେହ ନିକଟରେ ବିଷ ଓ ମଦ ବୋତଲ ପଡିଥିବା ଦେଖିବାକୁ ମିଳିଛି । ତେବେ ମୃତକଙ୍କ ପରିଚୟ ମିଳିନଥିବା ବେଳେ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ କରୁଛି ପୋଲିସ ।

Leave a Reply

Your email address will not be published. Required fields are marked *