ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌, ସରକାର

ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌, ସରକାର

ଭୁବନେଶ୍ୱର,୨୦।୩(ଅଶୋକ ସାହୁ ): ମାଗଣା ବିଜୁଳିକୁ ନେଇ ବଡ଼ ଅପଡେଟ୍‌। ଯୋଜନାକୁ ନେଇ ବିଧାନସଭାରେ ବଡ଼ ସୂଚନା ଦେଲେ ରାଜ୍ୟ ସରକାର। ସରକାର ଗୃହରେ କହିଛନ୍ତି, ପିଏମ ସୂର୍ଯ୍ୟଘର ଯୋଜନା ପାଇଁ ରାଜ୍ୟରେ ଆଗ୍ରହ ବଢୁଛି । ବର୍ତ୍ତମାନ ସୁଦ୍ଧା ଏଥିପାଇଁ ୯୩ ହଜାର ୩୬୭ ଜଣ ଲୋକ ପଞ୍ଜୀକରଣ କରିସାରିଛନ୍ତି । ସେମାନଙ୍କ ଭିତରୁ ୨୭୪୦ ଜଣ ହିତାଧିକାରୀ ଏହାର ସୁବିଧା ପାଇଥିବାବେଳେ, ରାଜ୍ୟ ସରକାର ଏଥିପାଇଁ ୧୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ବୋଲିି ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି।ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାନସଭାରେ ଏନେଇ ପ୍ରଶ୍ନ କରିଥିଲେ । ସେ କହିଥିଲେ, ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ କେତେ ଜଣ ହିତାଧିକାରୀ ଏପର୍ଯ୍ୟନ୍ତ ସୁବିଧା ପାଇଛନ୍ତି ଓ କେତେଜଣ ଏଥିପାଇଁ ପଞ୍ଜୀକରଣ କରିଛନ୍ତି ? ଯାହାର ଉତ୍ତର ରଖିଥିଲେ ଉପ-ମୁଖ୍ୟମନ୍ତ୍ରୀ ।

Leave a Reply

Your email address will not be published. Required fields are marked *